ପୁଣି ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍,

ଭୁବନେଶ୍ବର:-ରାଜ୍ୟରେ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ରାଜ୍ୟରେ ଆଉ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୩ ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ସଂକ୍ରମିତ ରହିଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *