ବରଗଡରେ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର:-ବରଗଡରୁ ଆଉ ୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭେଡେନ୍ ବ୍ଲକରୁ ୪ଜଣ ଚିହ୍ନଟ ହୋଇଥିବାବେଳେ ଭଟଲି ବ୍ଲକରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣଙ୍କର ଗସ୍ତ ବିବରଣୀ ରହିଥିବାବେଳେ ଜଣେ ସ୍ଥାନୀୟ ଅଂଚଳର ବୋଲି ବରଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେମାନେ ରହୁଥିବା ଅଂଚଳକୁ କଂଟେନମେଂଟ ଜୋନ ଘୋଷଣା କରିଛି ଜିଲ୍ଲା ପ୍ରଶାପୂର୍ବରୁ ପ୍ରଥମ ଥର ପାଇଁ ବରଗଡ଼ ଜିଲ୍ଲାରୁ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପ୍ରଥମଜଣକ ବରଗଡ଼ ସହରର ଓ୍ବାର୍ଡ-୧୪ର ସୁଭାଷ ନଗରା ବାସିନ୍ଦା ଓ ଜଣେ ମୁମ୍ବାଇ ଫେରନ୍ତା ବୋଲି ବି ସୂଚନା ମିଳିଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବି ସୂଚିତ କରାଯାଇଥିଲା। ବରଗଡ଼ ସହରର ଓ୍ବାର୍ଡ-୧୪ର ସୁଭାଷ ନଗର ଅଞ୍ଚଳର ବାସିନ୍ଦା ବୋଲି ଜଣାଯିବା ପରେ ପ୍ରଶାସନ ପକ୍ଷରୁ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା।ସନ ।










