ରାଜ୍ୟରେ ଆଉ ୯୬ କରୋନା ସଂକ୍ରମିତ ଚିହ୍ନଟ, ୧୮୧୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।ଶନିବାର ଚିହ୍ନଟ ହୋଇଥିବା ୯୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *