ଜୁନ ୧ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର: ଜୁନ୍ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଅନଲାଇନ୍ ଖାତା ଦେଖା। ଏଥିପାଇଁ ୩୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟା ଯାଏ ପ୍ରଥମ ସିଫ୍ଟ ଓ ଦିନ ୧.୩୦ରୁ ସଂଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ।

ଏବେ କେବଳ ଅନଲାଇନ୍ ବିଷୟର ଖାତା ଦେଖା ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଅଫଲାଇନ୍ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *