ରାଜ୍ୟର ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୨୪ଶହ ଟପିଲା
ଭୁବନେଶ୍ୱର:-ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୩ଟି ଜିଲ୍ଲାରୁ ଆଉ ୯୦ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୭୮କୁ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।ଆଜି ଚିହ୍ନଟ ହୋଇଥିବା ୯୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୧୦, ଭଦ୍ରକ ୯ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ଜଣ, ଅନୁଗୁଳ,ବାଲେଶ୍ବର, କନ୍ଧମାଳ,ସମ୍ବଲପୁର, ବରଗଡ଼ ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୫୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।










