ଓଡ଼ିଶାରେ ପୁଣି ୭୫ କରୋନା ପଜିଟିଭ,

ଭୁବନେଶ୍ୱର:- ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।   ଓଡ଼ିଶାରେ ଆଉ ୭୫ ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ୨୮୫୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା  । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ୧୬ ଟି ଜିଲ୍ଲାର ୭୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୫ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ଜଣେ, ନୂାପଡା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୨  ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ କୁ ବୃଦ୍ଧି ପାଇଛି।  ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୭୧୬ ଜଣ ସୁସ୍ଥ ହୋଇଛନ୍ତି।

Leave a Reply

Your email address will not be published. Required fields are marked *