ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୦ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି

ଭୁବନେଶ୍ବର =ବୁଧବାର ଦିନ ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ବୁଧବାର ଚିହ୍ନଟ ହୋଇଥିବା ୧୧୦ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୩୩ ଜଣ, ରାୟଗଡା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି

।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave a Reply

Your email address will not be published. Required fields are marked *