ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୬ ଆକ୍ରାନ୍ତ, ୩୩୮୬କୁ ବୃଦ୍ଧି ପାଇଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର:-ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୩୬ ସଂକ୍ରମିତ ରାଜ୍ୟର ୧୪ଟି ଜିଲ୍ଲାରୁ ରହିଛନ୍ତି । ଏମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ ରହିଛନ୍ତି ।

ସେହିଭଳି କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୫୪ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ

Leave a Reply

Your email address will not be published. Required fields are marked *