ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ଆକଳନ ଅନୁସାରେ ଠିକ୍ ସମୟରେ ମୌସୁମୀ ଓଡ଼ିଶା ଛୁଇଁଥିବା ଜଣାପଡ଼ିଛି। ସୂଚନାଥାଉ କି, ୧୧ କିମ୍ବା ୧୨ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆକଳନ କରାଯାଇଥିଲା।
ସୂଚନାଥାଉ କି, ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥିଲା। ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ସାଧାରଣତଃ ଜୁନ୍ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା ଏହା ସାରା ଦେଶକୁ ଆଚ୍ଛାଦିତ କରିଥାଏ। କିନ୍ତୁ ଚଳିତ ଥର ବାତ୍ୟା ‘ଅମ୍ପନ୍’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍ ୧ରୁ-୫ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା।