ରଜ ପର୍ବ ପାଳନ ଉପରେ କଟକଣା
କେନ୍ଦୁଝର: କରୋନାକୁ ନେଇ କେନ୍ଦୁଝରରେ ରଜ ପର୍ବ ପାଳନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ। ୧୩ ତାରିଖଠାରୁ ରଜ ପର୍ବ ପାଳନ ହେବାକୁ ଥିବା ବେଳେ କାଲିଠାରୁ କଟକଣା ଲାଗୁ ହେଉଛି। କେନ୍ଦୁଝରରେ ଗଣ ପର୍ବ ରଜ ସମୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି।
ରଜ ଦୋଳି, ମେଳା, ମହୋତ୍ସବ ଏବଂ ପାରମ୍ପରିକ ଖେଳ ଆଦି ବେଳେ ଲୋକେ ବହୁତ ମାତ୍ରାରେ ଏକାଠି ହେବାର ସମ୍ଭାବନା ଥିବାରୁ ଏହା ଉପରେ ରୋକ ଲଗାଇଛି ପ୍ରଶାସନ। ତେଣୁ ଏସବୁ କେହି ଆୟୋଜନ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।
ଆସନ୍ତାକାଲିଠାରୁ ୧୬ ତାରିଖ ଯାଏଁ ଏହି କଟକଣା ଲାଗୁ ହେବ। ଏହି ସମୟ ମଧ୍ୟରେ ଅତ୍ୟାବଶ୍ୟକ ଜିନିଷ ଦୋକାନ ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଖୋଲା ରହିବ। ହେଲେ ଅନ୍ୟ ସବୁ ଦୋକାନ ସକାଳ ୭ରୁ ଅପରାହ୍ନ ୨ଟା ଯାଏ ଖୋଲା ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି।










