କରୋନା ନେଲା ଆଉ ଜୀବନ, ମୃତକ ଗଞ୍ଜାମ ଜିଲ୍ଲାର

ଭୁବନେଶ୍ବର:-ପୁଣି ଜଣେ କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣ ଗଞ୍ଜାମ ଜିଲ୍ଲାର ୫୫ ବର୍ଷିୟ ହୋଇଥିବ ସୂଚନା ମଳିଛି। ଗଞ୍ଜାମ ଜିଲ୍ଲାରେ ମୃତ୍ୟ ସଂଖ୍ୟା ୫କୁ ବଦ୍ଧି ପାଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି। ତାଙ୍କ ବୟସ ୫୫ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁର କାରଣ ଶ୍ବାସକ୍ରିିୟା ଜନିତ ରୋଗରେ ଗୁରୁତର ହେବା ପରେ ଜୀବନ ଯାଇଥିବା ସ୍ବାସ୍ଥ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ମୁତାବିକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a Reply

Your email address will not be published. Required fields are marked *