ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ,
ଭୁବନେଶ୍ୱର:-ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ କୁ ବୃଦ୍ଧି ପାଇଛି । ରବିବାର ରାଜ୍ୟରେ କରୋନା ନେଇଛି ଆଉ ୨ଜଣଙ୍କ ଜୀବନ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି ।
ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ୨ଜଣଙ୍କ ମୃତ୍ୟୁ ହୋଇଥିବାର ଖବର ଆସିଛି । ତେବେ ମୃତକ ଦୁଇଜଣ ଗଞ୍ଜାମ ଜିଲ୍ଲାର , ଏବଂ ସେମାନଙ୍କ ବୟସ ଯଥାକ୍ରମେ ୩୮ବର୍ଷ ଓ ୪୫ବର୍ଷ ବୋଲି ଜଣାପଡିଛି । ଉଭୟ ପୁରୁଷ ରହିଥିବା ବେଳେ କିଛି ଦିନ ତଳେ ସେମାନେ ସୁରଟରୁ ଫେରିଥିଲେ ।
ପୂର୍ବରୁ ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଥିବା ବେଳେ ଜଣେ ଗଞ୍ଜାମ ଜିଲ୍ଲାର ହୋଇଥିଲେ । ତେବେ ଆଜି ୨ଜଣଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ମୋଟ ୩ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇସାରିଲାଣି । ସେହିପରି ଆଜି ରାଜ୍ୟରେ ମୋଟ ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଥାକ୍ରମେ ଭଦ୍ରକ ଜିଲ୍ଳାରୁ ୨୮ ବାଲେଶ୍ବର ଜିଲ୍ଳାରୁ ୧୭ ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲା ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ବଲାଙ୍ଗିରୀ ୨, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।