ରାଜ୍ୟର ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୪ହଜାର ଡେଇଁଲା
ଭୁବନେଶ୍ୱର; ଆଜି ରାଜ୍ୟରେ ୧୫ ଟି ଜିଲ୍ଲାରୁ ଆଉ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ୍ ହୋଇଛି। ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିଭଳି ଆମ୍ଫାନ ଉଦ୍ଧାର କାର୍ଯ୍ୟ ସାରି ଫେରିଥିବା ଅଗ୍ନିଶମ ବାହିନୀର ୯ ଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି।ଆଜି ଚିହ୍ନଟ ହୋଇଥିବା ୧୪୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ୪୮ଜଣ କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। କଟକ ଓ ଭଦ୍ରକ ଜିଲ୍ଲାରୁ ୧୯ଜଣ ଲୋଖାଏଁ, ବାଲେଶ୍ବର ଓ ଗଞ୍ଜାମ ଜିଲ୍ଲାରୁ ୮ଜଣ ଲୋଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଅନୁଗୁଳ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ନୟାଗଡ଼, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ, ସୋନପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା, ଢ଼େଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ଜଣ ଅଗ୍ନିଶମ କର୍ମଚାରୀ ସଂକ୍ରମିତ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ୧୮ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସୂଚନା ମୁତାବିକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୩୩ ୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।










