ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବା ନେଇ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
ଭୁବନେଶ୍ୱର:-ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବେ ରାଜ୍ୟ ସରକାର । ଏନେଇ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକରେ ସୁପ୍ରିମକୋର୍ଟଙ୍କ ରାୟକୁ ମାନିବାକୁ ନିଷ୍ପତ୍ତି ନିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ବୈଠକରେ ସୁପ୍ରିମକୋର୍ଟଙ୍କ ରାୟକୁ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଅର୍ଥାତ୍ ଚଳିତବର୍ଷ ରଥଯାତ୍ରା ନହେବା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସମ୍ପୂର୍ଣ୍ଣ ଭାବେ ପାଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । କହିରଖୁଛୁ ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା କରୋନା ମହାମାରୀ ଯୋଗୁଁ ଅନୁଷ୍ଠିତ ହେବନି । ରଥଯାତ୍ରା ସମ୍ପର୍କିତ ସମସ୍ତ କାର୍ଯ୍ୟକଳାପ ଉପରେ ମଧ୍ୟ ସ୍ଥଗିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ । କରୋନା ସଙ୍କଟବେଳେ ଲୋକ ଏକାଠି ହେବା ଉପରେ ରୋକ ଲଗାଯାଇଛି । ଅନ୍ୟପଟେ ସୁପ୍ରିମକୋର୍ଟଙ୍କ ରାୟକୁ ସମସ୍ତେ ମାନିବାକୁ ବାଧ୍ୟ ବୋଲି କହିଛନ୍ତି ଗଜପତି । କ୍ୟାବିନେଟ୍ ବୈଠକରେ ମଧ୍ୟ ସମାନ ନିଷ୍ପତ୍ତି ନିଆଯାଇଛି । ଅର୍ଥାତ୍ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବନି । ବୈଠକରେ ଆଡ଼ଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟକାରୀ ଅଧିକାରୀ, ଉନ୍ନୟନ କମିଶନର ଓ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ ।