ରାଜ୍ୟର ଆଉ ୧୬୫ କରୋନା ପଜିଟିଭ୍‌ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି

ଭୁବନେଶ୍ବର :-ରାଜ୍ୟରେ ମାଡ଼ି ମାଡ଼ି ଚାଲିଛି ଏହି ଭୟଙ୍କର ଭୂତାଣୁ । ୨୪ ଘଣ୍ଟା ଭିତରେ ରାଜ୍ୟରୁ ୧୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୪୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୫ ରୋଗୀ ସ୍ଥାନୀୟ ସଂକ୍ରମିତ । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭କୁ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥି ସହିତ ପଶ୍ଚିମବଙ୍ଗରୁ ଆମ୍ପାନ ମୁକାବିଲା କାର୍ଯ୍ୟସାରି ଫେରିଥିବା ୧୧ଜଣ ଅଗ୍ନିଶମ କର୍ମଚାରୀ ସଂକ୍ରମିତ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୧୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ଜଣ ଅଗ୍ନିଶମ କର୍ମଚାରୀ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ଜଣ ଆକ୍ରାନ୍ତ ରହିଛନ୍ତି। ଗଜପତି ଜିଲ୍ଲାରୁ ୨୮ଜଣ, ବାଲେଶ୍ବର ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ, ନୟାଗଡ଼, ଜଗତସିଂହପୁର, ଅନୁଗୁଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଅଗ୍ନିଶମ , ଏନ୍‌ଡିଆର୍‌ଏଫ ଏବଂ ଓଡ୍ରାଫ ଟିମ୍ ମୋଟ୍ ୨୦୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *