କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ

ଭୁବନେଶ୍ବର:-ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୭ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଦୁଇ ମୃତକ କଟକ ଜିଲ୍ଲାର ବୋଲି ଜଣାପଡିଛି । କଟକ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସେହିଭଳି ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ମୃତ ବ୍ୟକ୍ତି ଜଣଙ୍କ କଟକ ଜିଲ୍ଲାର । ତାଙ୍କ ବୟସ ୭୧ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକ ସ୍ଥିତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ସଂକ୍ରମିତ ଡାଇବେଟିକ୍ ଫୁଟ୍, ଡାଇବେଟିସ୍ ଏବଂ କ୍ରୋନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ । ଅନ୍ୟଜଣେ ମଧ୍ୟ କଟକ ଜିଲ୍ଲାର । ତାଙ୍କ ବୟସ ୫୩ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କଟକ ସ୍ଥିତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି । ସେ ଡାଇବେଟିସ୍ ରୋଗରେ ମଧ୍ୟ ପୀଡିତ ଥିଲେ ।

ସେହିଭଳି ଅନ୍ୟ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । କିନ୍ତୁ ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି । ସେ ମଧ୍ୟ କଟକ ଜିଲ୍ଲାର । ତାଙ୍କ ବୟସ ୮୦ ବର୍ଷ । ତାଙ୍କର ଅନ୍ତଃନଳୀରେ ସମସ୍ୟା ସହ ସେପସିସ୍ ଏବଂ ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ ଯୋଗୁଁ ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *