ବିଷ୍ଣୁ ଦାସ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର:-ବିଜେଡିର ବରିଷ୍ଠ ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଜି ତାଙ୍କର ମୁଣ୍ଡରେ ଅସ୍ତ୍ରୋପଚାର ହୋଇଛି ଓ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ବିଭିନ୍ନ ରୋଗରେ ପୀଡ଼ିତ ଥିବା ଶ୍ରୀ ଦାସଙ୍କର ଗତକାଲି ବ୍ରେନଷ୍ଟ୍ରୋକ୍ ହେବାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୁଣ୍ଡରେ ରକ୍ତଜମାଟ ବାନ୍ଧିଥିଲା। ଡାକ୍ତରଙ୍କ ଟିମ୍ ତାଙ୍କର ସ୍ୱାସ୍ଥ୍ୟବସ୍ଥା ପରୀକ୍ଷା କରିବା ପରେ ଆଜି ସକାଳୁ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ଏବେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଶ୍ରୀ ଦାସ ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ୯ମାସ ପାଇଁ ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି।

Leave a Reply

Your email address will not be published. Required fields are marked *