ଓଡ଼ିଶାରେ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ ଥିବାବେଳେ ୪,୭୪୩ଜଣ ସୁସ୍ଥ ହୋଇଛନ୍ତି। ୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *