କାଲି କାଳବୈଶାଖୀ ସହ ବଜ୍ରପାତ ବିପଦ ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ

ଭୁବନେଶ୍ୱର:-୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।

ପାଣିପାଗ ବିଭାଗ ଟ୍ୱିଟ୍ କରି ସତର୍କ ସୂଚନାରେ କହିଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।

ଅନ୍ୟପଟେ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଭଳି ଜିଲ୍ଲାକୁ ବଜ୍ରପାତ ବିପଦ ଥିବା ନେଇ ଆଗୁଆ ସତର୍କ କରାଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।

Leave a Reply

Your email address will not be published. Required fields are marked *