ଆଇଏଏସ୍ ବଦଳି,ସତ୍ୟବ୍ରତ ସାହୁ ଏମଏସଏମଇ ସଚିବ

ଭୁବନେଶ୍ୱର:- ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୧ ବ୍ୟାଚ ଆଇଏଏସ୍ ସତ୍ୟବ୍ରତ ସାହୁଙ୍କୁ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏମଏସଏମଇ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ସମ୍ଭାଳିଥିବା ଆଇଏଏସ୍ ହେମନ୍ତ ଶର୍ମାଙ୍କୁ ସେଠାରୁ ହଟାଇ ଦିଆଯାଇଛି।
ସେହିପରି ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀଙ୍କୁ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବ ପାହ୍ୟାର ଅଫିସରଙ୍କ ଭଳି ସେଠାରେ ସୁବିଧାସୁଯୋଗ ପାଇବେ। ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ଦେବେନ୍ଦ୍ର କୁମାର ଜେନାଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

Leave a Reply

Your email address will not be published. Required fields are marked *