ଆଜିଠୁ ରାଜ୍ୟରେ ବର୍ଷା : ଘଡଘଡି ସହ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ବର :- ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଏହା ସାଙ୍ଗକୁ ମୌସୁମୀ ପୁଣି ଥରେ ସକ୍ରିୟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଓଡିଶାରେ ବର୍ଷା ବଢିବ । କାଲିଠୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଆଭ୍ୟାନ୍ତରୀଣ ଓଡିଶାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *