ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ , ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା

ଭୁବନେଶ୍ୱର :-ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ଅନୁଗୋଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ଆରମ୍ଭ କରି ଏହା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ମନସୁନ୍‌ ଟ୍ରଫ୍‌ଲାଇନ୍‌ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସେହିପରି ଆସନ୍ତାକାଲି ରାଜ୍ୟ ବ୍ୟାପୀ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ମୌସୁମୀ ଏବେ ପୁଣି ସ୍ୱାଭାବିକ ଅବସ୍ଥାକୁ ଫେରିଥିବାରୁ ବର୍ଷା ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

Leave a Reply

Your email address will not be published. Required fields are marked *