ପାଞ୍ଚ ଦିନ ଛେଚିବ

ଭୁବନେଶ୍ୱର:- ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ,  ୮ତାରିଖ ଓ ୯ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷାର ପରିମାଣ କମିବ। ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ହେଲେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

୧୦ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ବଢିବା ନେଇ ଆକଳନ କରାଯାଉଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

ଆଜି ସକାଳେ ଆକାଶ ମେଘୁଆ ରହିବା ସହ ରାଜ୍ୟରେ କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଥଲା।

Leave a Reply

Your email address will not be published. Required fields are marked *