ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ବର:-ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ସଂକ୍ରମିତ ଚିହ୍ନଟ ହେଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି।ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave a Reply

Your email address will not be published. Required fields are marked *