କରୋନା ନେଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର:-ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ମୃତକ କଟକ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୫ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିସାରିଲାଣି । ମୃତକଙ୍କ ବୟସ ୭୫ ବର୍ଷ । ସେ କୋମର୍ବିଡିଟିସ୍ ଏବଂ କ୍ରନିକ୍ ଫୁସ୍‌ଫୁସ୍‌ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ବର ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବାର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିଲାସେହିପରି ମଙ୍ଗଳବାର ରାଜ୍ୟରେ ଆଉ ୧୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ୯୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୧୦୨ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ରହିଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କଟକରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *