ସ୍ଥଗିତ ହେଲା ମାଟ୍ରିକ ପରୀକ୍ଷା ଖାତା ଦେଖା

ଭୁବନେଶ୍ୱର: ସ୍ଥଗିତ ହେଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ମହାବାତ୍ୟା ଅମ୍ପନକୁ ଦୃଷ୍ଟିରେ ରଖି  ଖାତାଦେଖା ସ୍ଥଗିତ କରାଯାଇଛି। ଏ ନେଇ  ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ପୁଣି କେବେ ଖାତା ଦେଖା ଆରମ୍ଭ ହେବ ସେ ନେଇ କୌଣସି ସୂଚନା ଦେଇ ନାହାନ୍ତି। ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନା ଥାଉ କି, ୨୧ ତାରିଖରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବାର ଥିଲା । ଗତକାଲି ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଥିଲା। ହେଲେ ଆଜି ଏହି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଛି।

ଏହା ପୂର୍ବରୁ  ୨୦ରୁ ଖାତାଦେଖା ନେଇ ଥରେ ନିଷ୍ପତ୍ତି ହୋଇଥିଲା। ହେଲେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଏହି ତାରିଖକୁ ଘୁଞ୍ଚାଇ ଦିଆଯାଇ ଥିଲା।

Leave a Reply

Your email address will not be published. Required fields are marked *