ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର :-ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୭ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।

ଆଜି ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଓ ୨ଜଣ ଗଞ୍ଜାମ ବୋଲି ଜଣାପଡିଛି । ଭୁବନେଶ୍ୱରର ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୭୨ବର୍ଷ ଓ ସେ ପୁରୁଷ ବୋଲି ଜଣପଡିଛି । ସେହିପରି ଗଞ୍ଜାମ ଜିଲ୍ଲାରୁ ଜଣେ ୮୬ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଆଉ ଜଣେ ୬୫ବର୍ଷୀୟ ପୁରୁଷ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ. ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *