ଭୀଷଣ ବର୍ଷା ନେଇ ୧୩ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବାତ୍ୟା ଅମ୍ପନର ପ୍ରଭାବରେ ଆଜି ରାଜ୍ୟର ୧୩ ଜିଲ୍ଲାରେ ଭୀଷଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ାରେ ଜୋରଦାର ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନୟାଗଡ଼, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସକାଳ ୫ଟା ୩୦ ଯାଏଁ ପ୍ରବଳ ବର୍ଷା ହେବା ନେଇ SRC ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଆଜି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ପୁରୀ ଓ ଯାଜପୁର ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ IMD ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *