ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୮ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବା ବେଳେ ୩ଜଣ ସ୍ଥାନୀୟ ଲୋକ ଥିବା କୁହାଯାଇଛି।

ଆଜି ପୁରୀରୁ ଜଣେ ଓ କଳାହାଣ୍ଡି ଜିଲ୍ଲାରୁ ଆଜି ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୧୧, ଜଗତସିଂହପୁରରୁ ୨, ଅନୁଗୁଳ ଜିଲ୍ଲାରୁ ୨ ଓ କଟକ ଜିଲ୍ଲାରୁ ୯ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି। ଆଜି ବି ମାଲକାନଗିରି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗତକାଲି କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ଜଣ ରୋଗୀଙ୍କୁ ଏଥିରେ ସାମିଲ କରାଯାଇଛି ।ନୂଆ ସଂକ୍ରମିତ ଜିଲ୍ଲା ଭାବେ ଗତକାଲି  ମାଲକାନଗିରି ସାମିଲ ହୋଇଥିଲା। ଅପରପକ୍ଷରେ ଗତକାଲି କରୋନାରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ଲଗାତାର ଦୁଇଦିନ ଧରି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ହୋଇଛି। ଏହାସହ ଗତକାଲି ରାଜ୍ୟରେ ୩୦ଜଣ ସୁସ୍ଥ ମଧ୍ୟ ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। 

Leave a Reply

Your email address will not be published. Required fields are marked *