ଭୁବନେଶ୍ବରରେ ଆଉ ୨୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର:- ରାଜଧାନୀରେ ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରୁ ୪୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଭୁବନେଶ୍ବରରେ କରୋନା ସଂକ୍ରମିତ ସଂଖ୍ୟା ୧୨୫୨ ଛୁଇଁଥିବା ବେଳେ ୬୨୫ ଜଣ ସୁସ୍ଥ ହୋଇଛନ୍ତି। ୧୧ ଜଣ ମୃତ୍ୟୁ ଘଟିଛି। ବର୍ତ୍ତମାନ ୬୧୪ ଜଣ ସଂକ୍ରମିତଙ୍କ ଚିକିତ୍ସା ଚାଲଛି। ଏ ନେଇ ବିଏମସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
ଆଜି ଭୁବନେଶ୍ବରରେ ଚିହ୍ନଟ ହୋଇଥିବା ୨୧ ସଂକ୍ରମିତଙ୍କ ମଧ୍ୟରୁ ୧୬ଜଣ ହୋମ୍ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରେ ଚିହ୍ନଟ ହୋଇଥିବା ୫ଜଣ ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରୁ ସତ୍ୟନଗର କାଳି ମନ୍ଦିର ନିକଟରୁ ୪୬ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କୋଲଥିଆରୁ ୮୧ ବର୍ଷୀୟ ବୃଦ୍ଧା। ଘରୋଇ ହସ୍ପିଟାଲରୁ ୪୬ ବର୍ଷୀୟ ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦକା ଏଲ୍.ବି ପ୍ରସାଦ ଆଇ ହସ୍ପିଟାଲ ନିକଟରୁ ୪୦ ବର୍ଷୀୟ ପୁରୁଷ ଓ ୩୫ ବର୍ଷୀୟ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି










