ରାଜ୍ୟରେ କରୋନା ନେଲା ଆଉ ୫ ଆକ୍ରାନ୍ତଙ୍କ ଜୀବନ, ମୃତ୍ୟୁସଂଖ୍ୟା ୧୦୮କୁ ବୃଦ୍ଧି

ଭୁବନେଶ୍ୱର:-ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଗଜପତି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି । ଗଜପତି ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ହାଇଡ୍ରୋନେଫ୍ରୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ।ସେହିଭଳି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟୋ ରେନାଲ୍ ସିଣ୍ଡ୍ରୋମରେ ପୀଡିତ ଥିଲେ । କ୍ରୋନିକ୍ ଲିଭର ରୋଗ ହେତୁ ତାଙ୍କର ଦେହାନ୍ତ ହୋଇଛି ।

Leave a Reply

Your email address will not be published. Required fields are marked *