ରାଜ୍ୟରେ ବୃଦ୍ଧି ପାଉଛି କରୋନାଜନିତ ମୃତ୍ୟୁସଂଖ୍ୟା : ଆଉ ୬ ଆକ୍ରାନ୍ତଙ୍କ ଗଲା ଜୀବନ, ମୃତକଙ୍କ ସଂଖ୍ୟା ୧୧୪କୁ ବୃଦ୍ଧି

ଭୁବନେଶ୍ୱର:-ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୧୯୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *