ଓଡିଶାରେ ଅଣାୟତ୍ତ ହେଉଛି କରୋନା, ନେଲା ଆଉ ୧୦ଜଣଙ୍କ ଜୀବନ, ୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର:-ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୬, ଗଜପତିରୁ ଜଣେ, ଖୋର୍ଦ୍ଧାରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଏବଂ ଭୁବନେଶ୍ବରରୁ ଜଣେ ରହଛନ୍ତି । ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଖୋର୍ଦ୍ଧା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା । ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୫୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କରୋନାରୀ ଧମନୀ ରୋଗ, ଡାହାଣ ନିମୋଥୋରାକ୍ସ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୯୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୦ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୫ ୮୧୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *