ରାଜ୍ୟରେ ଆଉ ୧୩୭୬ କରୋନା ସଂକ୍ରମିତ ଚିହ୍ନଟ, ୨୫୩୮୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର :- ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୩୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ୧୯ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ୧୫ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୮୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୫ ୮୧୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।