ଆଜି ରାଜ୍ୟରେ ସୁସ୍ଥ ହେଲେ ୮୬୪ କରୋନା ରୋଗୀ

ଭୁବନେଶ୍ୱର:-ରାଜ୍ୟରେ ଦିନକୁ ଦିନ ବଢୁଥିବା କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ମଧ୍ୟରେ ସୁସ୍ଥ ହେବା ସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି । ରାଜ୍ୟରେ ଆଜି ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୬ ହଜାର ୭୯୨ ଜଣ ସୁସ୍ଥ ହେଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ସେହିଭଳି ରାୟଗଡ଼ା ଜିଲ୍ଲାରୁ ୧୩୭ ଜଣ, ବରଗଡ଼ ଜିଲ୍ଲାରୁ ୩୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ ଜଣ, କଟକ ଓ କେନ୍ଦୁଝର ଜିଲ୍ଲାରୁ ୨୬ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୨୩ ଜଣ, ମୟୂରଭଂଜ ଜିଲ୍ଲାରୁ ୨୨ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଓ ସମ୍ବଲପୁର ଜିଲ୍ଲାରୁ ୧୪-୧୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ମାଳକାନଗିରି ଜିଲ୍ଲାରୁ ୬ ଜଣ ଲେଖାଏଁ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୫-୫ ଜଣ, ବଲାଙ୍ଗୀର ଜିଲ୍ଳାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ ଓ ସୁବର୍ଣ୍ଣପୁର (ସୋନପୁର) ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *