ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର:- ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ୍ୟୁ ହୋଇଥିବା ୫ ସଂକ୍ରମିତ ଯଥାକ୍ରମେ ବାଲେଶ୍ବର, ପୁରୀ, ଗଞ୍ଜାମ, ଫୁଲବାଣୀ ଏବଂ ମାଲକାନଗିରି ଜିଲ୍ଲାର । ବାଲେଶ୍ବର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଫୁଲବାଣୀ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ଆଲକୋହଲିକ୍ ଯକୃତ ରୋଗ, ଜଣ୍ଡିସ୍ ଏବଂ ହେପାଟିକ୍ ଏନସେଫାଲୋପାଥିରେ ମଧ୍ୟ ପୀଡିତ ଥିଲେ । ମାଲକାନଗିରି ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।ସେହିଭଳି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭଦ୍ରକ ଜିଲ୍ଲାର ଦୁଇ ବର୍ଷର କୋଭିଡ୍ ପଜିଟିଭ୍ ଶିଶୁକନ୍ୟାର ମୃତ୍ୟୁ ହୋଇଛି । ଯିଏ ଜନ୍ମଗତ ହୃଦ୍ରୋଗରେ ପୀଡିତ ଥିଲେ । ତାଙ୍କ ମୃତ୍ୟୁ ହୃଦ୍ଘାତରେ ହୋଇଛି ।