ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୮୭୮,

ଭୁବନେଶ୍ଵର :- ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୮ ଜଣ କରୋନାକୁ ମାତ୍ ଦେଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୮୯୩୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍‌ ଜରିଆରେ  ବୁଧବାର ଏହାର ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୬ କୋଭିଡ୍ ପଜିଟିଭ୍ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ପରି ଖୋର୍ଦ୍ଧାରୁ ୧୧୪, ଗଜପତିରୁ ୪୯, ଜଗତସିଂହପୁରରୁ ୪୪, କୋରାପୁଟରୁ ୩୫, ବାଲେଶ୍ଵରରୁ ୩୩, କନ୍ଧମାଳରୁ ୨୯, ଅନୁଗୁଳରୁ ୨୬, କେନ୍ଦୁଝରରୁ ୨୩, ନୟାଗଡରୁ ୧୬ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ସେହି ପରି କଟକରୁ ୧୪, ସୁନ୍ଦରଗଡରୁ ୧୪, ଭଦ୍ରକରୁ ୧୩, ମାଲକାନଗିରିରୁ ୧୧, ଯାଜପୁରରୁ ୧୦, କେନ୍ଦ୍ରାପଡାରୁ ୮, ବରଗଡ, ବୌଦ୍ଧ ଓ ଢେଙ୍କାନାଳରୁ ୭ ଲେଖାଏଁ, ଝାରସୁଗୁଡାରୁ ୫, ବଲାଙ୍ଗିର ଓ ପୁରୀରୁ ୪ ଜଣ ଲେଖାଏଁ, ନୂଆପଡା ଓ ରାୟଗଡାରୁ ୨ ଲେଖାଏଁ ଏବଂ ସମ୍ବଲପୁରରୁ ଜଣେ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଗତ ୨୪ ଘଣ୍ଟାରେ ମୋଟ୍ ୮୭୮ ଜଣ ସୁସ୍ଥ ହୋଇ ଘରକୁ  ଫେରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୬୮ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୯୧୭୫ରେ ପହଞ୍ଚିଛି। ଆଜି ସୁସ୍ଥ ହୋଇଥିବା ୮୭୮ ଜଣଙ୍କୁ ମିଶାଇ ରାଜ୍ୟରେ ଅଦ୍ୟାବଧି ଆରୋଗ୍ୟଙ୍କ ସଂଖ୍ୟା ୧୮୯୩୮କୁ ବୃଦ୍ଧି ଘଟିଛି।  ସେହି ଭଳି ଆଜି ଏହି ମହାମାରୀରେ ୫ ଜଣଙ୍କ ମୃତ୍ୟୁ  ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ଘଟିଛି।

Leave a Reply

Your email address will not be published. Required fields are marked *