ରାଜ୍ୟରେ ଆଉ ୧୪୯୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଲା

ଭୁବନେଶ୍ୱର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୨୮ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୨ ଜଣ, ଗଜପତି ଜିଲ୍ଲାରୁ ୯୭ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ ଜଣ, କନ୍ଧମାଳ ଜିଲ୍ଲାରୁ ୫୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ ଜଣ, କୋରାପୁଟ ଜିଲ୍ଲାରୁ ୮୧ ଜଣ, ମାଲକାନଗିରି ଜିଲ୍ଲାରୁ ୨୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ ଜଣ, ନୟାଗଡ ଜିଲ୍ଲାରୁ ୬୭ ଜଣ, ନୂଆପଡା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୩୬ ଜଣ, ରାୟଗଡା ଜିଲ୍ଲାରୁ ୪୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୧୪୫୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *