ଆଉ ୮ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର:-ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ୧୪୯୯ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି।। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୮ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼, ଗଜପତି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଥିବା

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧,୮୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧,୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯ ହଜାର ୭୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧,୪୫୭୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave a Reply

Your email address will not be published. Required fields are marked *