ଭୁବନେଶ୍ୱରରେ ଆଜି ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:-ଆଜି ଭୁବନେଶ୍ୱରରୁ ୧୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିରେ ୮୫ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱରରୁ ଏ ପର୍ଯ୍ୟନ୍ତ ୨୭୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪୩୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏବେ ୧୨୮୫ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *