ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ୍ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି

ଭୁବନେଶ୍ୱର :-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଭୁବନେଶ୍ବରରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ଗଜପତି ଜିଲ୍ଲାରୁ ଜଣେ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୭୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୮୭୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *