ରାଜଧାନୀରୁ ଆଉ ୧୨୬ କରୋନା ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୧୩୩

ଭୁବନେଶ୍ୱର,:- ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୭୭ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ରାଜଧାନୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୬୧ରେ ପହଁଚିଥିବା ବେଳେ ୧୫୬୬ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୭ଜଣ ପ୍ରାଣ ହରାଇଥିବା ବେଳେ ୧୨୭୬ଟି ସକ୍ରିୟ କେସ୍ ରହିଛି ।ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *