ରାଜ୍ୟରେ ଆଉ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଲା

ଭୁବନେଶ୍ୱର :-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୯୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼଼ ଜିଲ୍ଲାରୁ ୭୬ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୪୩୩୧୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *