୨୪ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ହେବ ଲଘୁଚାପ : ୬ ଯାଏଁ ବର୍ଷିବ

ଭୁବନେଶ୍ବର :-ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏଥିଲାଗି ରାଜ୍ୟର କିଛି ଜିଲ୍ଲା ପାଇଁ ଅରେଞ୍ଜ ଓ ଆଉ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏପଟେ ଆଜି ରାଜଧାନୀ ସମେତ କିଛି ଅଞ୍ଚଳରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି ।

ଲଘୁଚାପଜନିତ ସମ୍ଭାବ୍ୟ ବର୍ଷା ଲାଗି ୪ ତାରିଖ ଦିନ ୭ଟି ଜିଲ୍ଲା ଯଥା ବୌଦ୍ଧ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର, ଅନୁଗୋଳ, ଢେଙ୍କାନାଳ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି ।  ୬ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲା ସହିତ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ ପବନର ବେଗ ୪୦ରୁ ୫୦ କି.ମି. ରହିବ । ତେବେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *