ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି
ଭୁବନେଶ୍ୱର:-ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୯ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ତୀବ୍ର କିଡନୀ ଆଘାତରେ ମଧ୍ୟ ପୀଡିତ ଥିଲେ ।
ସୁନ୍ଦରଗଡ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ । ଗଜପତି ଜିଲ୍ଲାର ୨୭ ବର୍ଷ ବୟସ୍କ ପୁରୁଷ ।ଗଞ୍ଜାମ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କେନ୍ଦୁଝର ଜିଲ୍ଲାର ଜଣେ ୨୧ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ (ଟାଇପ୍-୨) ରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।