ରାଜ୍ୟରେ ସର୍ବାଧିକ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି

ଭୁବନେଶ୍ବର:-ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡା, ସମ୍ବଲପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୪୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *