ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ନୂଆଦିଲ୍ଲୀ :-ଦେଶର ନୂଆ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ (ସିଏଜି) ଭାବେ ଆଜି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ କେନ୍ଦ୍ର କ୍ୟାବିନେଟର ସଦସ୍ୟମାନେ ଉପସ୍ଥିତ ଥିଲେ।ଜମ୍ମୁ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ପଦରୁ ଇସ୍ତଫା ଦେବା ପରେ ଗିରୀଶ ଚନ୍ଦ୍ରଙ୍କୁ ସିଏଜି ଭାବେ ନିଯୁକ୍ତି ମିଳିଛି। ଗିରିଶ ଚନ୍ଦ୍ର ମୁର୍ମୁ ୧୯୮୫ ବ୍ୟାଚର ଗୁଜରାଟ କ୍ୟାଡରର ଆଇଏଏସ୍ ଅଫିସର ଅଟନ୍ତି। ଯେତେବେଳେ ନରେନ୍ଦ୍ର ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ସେ ମୁଖ୍ୟ ସଚିବ ଥିଲେ। କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ ନିଯୁକ୍ତି ପାଇଥିଲେ। ସେହି ସମୟରେ ଜାମ୍ମୁ-କାଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମୟୂରଭଞ୍ଜ ବେତନଟୀରେ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଜନ୍ମ ସ୍ଥାନ । ସେ ପୂର୍ବରୁ କେନ୍ଦ୍ରର ଅନେକ ବିଭାଗର ସଚିବ ରହିଛନ୍ତି।

Leave a Reply

Your email address will not be published. Required fields are marked *