ରାଜ୍ୟରେ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି

ଭୁବନେଶ୍ବର:- ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବରଗଡ, ଗଜପତି, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୫୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୪୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *