ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର:–,ଅଗଷ୍ଟ ୯ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାରି ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ ବିଭାଗର ନିର୍ଦ୍ଦେଶକ ଶରତ ସାହୁ ସୂଚନା ଦେଇଛନ୍ତି।

ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୧ ଯାଏଁ ବର୍ଷା ଲାଗି ରହିବ। ଅଗଷ୍ଟ ୧୦ରୁ ୧୨ ମଧ୍ୟରେ ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ନୟାଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କଟକ, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ ବାଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏହାଛଡ଼ା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଢେଙ୍କନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *