ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷିବ !
ଭୁବନେଶ୍ୱର:-ଆସନ୍ତାକାଲିଠାରୁ ତିନି ଦିନ ଧରି ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି କୁହାଯାଇଛି । ଆସନ୍ତାକାଲିଠାରୁ ଲଘୁଚାପ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।ବିଶେଷ କରି କଳାହାଣ୍ଡି, ବଲାଙ୍ଗୀର, ବରଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ମୟୂୁରଭଂଜ ଜିଲ୍ଲାର ଅଧିକ ବର୍ଷାହେବ । ବୌଦ୍ଧ, ଗଂଜାମ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧାରେ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଉତର ଓଡିଶାର କିଛି ଜିଲ୍ଲାରେ ହାଲ୍କା ବର୍ଷା ହୋଇପାରେ । କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ଗଜପତିରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଭୁବନେଶ୍ୱର ଓ କଟକ ସହରରେ ଦୁଇ ଦିନ ମେଘୁଆ ପାଗ ରହିବା ବୋଲି ଅନୁମାନ କରାଯାଇଛି ।